Important Notice!
Struggling to find your favourite song? Find it easily within “The Smaranika”. Click on search icon (🔍) on top right, to search. Remember, how you search within "The Smaranika" is different from how you search on Google! Know the difference on FAQ page

ମାତୃଭୂମି ମାତୃ-ଭାଷାରେ ମମତା ଯା ହୃଦେ ଜନମି ନାହିଁ - Matrubhumi Matru-Bhasare Mamata Jaa Hrude Janami Nahin Lyrics



ଗୀତ : ମାତୃଭୂମି ମାତୃ-ଭାଷାରେ ମମତା ଯା ହୃଦେ ଜନମି ନାହିଁ
ଗୀତିକାର : ସ୍ଵଭାବ କବି ଗଙ୍ଗାଧର ମେହେର (୧୮୬୨ - ୧୯୨୪)



ଯେ କାଳେ ବାଳକ ବୁଲି ଯାଇପାରେ
ପଡ଼ୋଶିମାନଙ୍କ ଘର
ସେ କାଳେ ଜାଣଇ ଅନ୍ୟ ଘରସବୁ
ତା’ ସଙ୍ଗୀ ବାଳକଙ୍କର ॥୧॥

ପରେ ଯେତେବେଳେ ଆପଣା ପଡ଼ାରୁ
ଅନ୍ୟ ପଡ଼ା ବୁଲିଯାଏ
ସେହି ସମୟରେ ପଡ଼ୋଶୀ ପଡ଼ାକୁ
ଆପଣାର ମଣିଥାଏ ॥୨॥

ଅନ୍ୟ ଗ୍ରାମେ ପୁଣି ଯାଏ ଯେବେ ନିଜ
ଗ୍ରାମରୁ ହୋଇ ବାହାର
ସେ କାଳେ ଜାଣଇ ନିଜ ଘର ଯହିଁ
ସେ ଗ୍ରାମ ଅଟେ ତାହାର ॥୩॥

ଆପଣା ଗ୍ରାମର ନଦୀ ପୁଷ୍କରଣୀ
ବଗିଚା ଆଦି ସକଳ
ଆପଣାର ବୋଲି କହେ; ପୁଣି ସେହି-
ସବୁକୁ ମଣଇ ଭଲ ॥୪॥

ବଡ଼ ହୋଇ ଯେବେ କରି ଯାଇପାରେ
ଅନ୍ୟ ରାଜ୍ୟେ ବିଚ଼ରଣ
ବଖାଣଇ ତହିଁ ନିଜ ରାଜା, ରାଜ୍ୟ-
ଲୋକଙ୍କର ଶ୍ରେଷ୍ଠପଣ ॥୫॥

ହାତୀ ଘୋଡ଼ାଠରୁ ଛେଳି ମେଣ୍ଢାଯାଏ
ସବୁ ତା ରାଜ୍ୟର ଭଲ
ସକଳ ସୁଖର ଆକାର ତାହାରି
ରାଜ୍ୟଟି ଅଟେ କେବଳ ॥୬॥

ତହୁଁ ବଡ଼ ହୋଇ ଯାଇଥାଏ ଯେବେ
କେହି କେବେ ଦେଶାନ୍ତର
ସ୍ଵର୍ଗରୁ ଅଧିକ ବୋଲି ବୁଝେ ତେବେ
ଯେଉଁ ଦେଶେ ତାର ଘର ॥୭॥

ଜ୍ଞାନବଳେ ଯେବେ ଜାଣେ ସମସ୍ତଙ୍କ
ଜନକ ଜଗତପତି
ସହୋଦର ଜ୍ଞାନ କରେ ଅବନୀର
ମାନବ-ସମାଜ ପ୍ରତି ॥୮॥

ତେବେ ସେ ଜାଣଇ ଯେ କରଇ ଯେତେ
ଲୋକଙ୍କର ଉପକାର
ବିଶ୍ଵପତିଙ୍କର ବିଶ୍ଵଗୃହେ ଅଟେ
ସେ ତେତେ ଯୋଗ୍ୟେ କୁମାର ॥୯॥

ଏହିରୂପେ ଗ୍ରାମ କଥା, ରାଜ୍ୟକଥା
ଦେଶକଥା, ବିଶ୍ଵକଥା
ମାନବ-ଜୀବନେ ପ୍ରତୀତ ହେବାର
ଦର୍ଶିତ ହୁଏ ସର୍ବଥା ॥୧୦॥

ମାତୃଭୂମି ମାତୃ-ଭାଷାରେ ମମତା
ଯା ହୃଦେ ଜନମି ନାହିଁ
ତାକୁ ଯେବେ ଜ୍ଞାନି-ଗଣରେ ଗଣିବା
ଅଜ୍ଞାନ ରହିବେ କାହିଁ ? ॥୧୧॥


ଆପଣଙ୍କ ମତାମତ ବା ପ୍ରଶ୍ନ ତଳେ comment କରି ଜଣାନ୍ତୁ...

Comments

  1. What is the prakruti chitra of this poem?

    ReplyDelete

Post a Comment

ଆପଣଙ୍କ ବହୁମୂଲ୍ୟ ମତାମତ ଅପେକ୍ଷାରେ...

ଗତ ସପ୍ତାହର "ଦି ସ୍ମରଣିକା" ପାଠକଙ୍କ ଆଦୃତ ଲେଖା ସମୂହ

ଶ୍ରିତ କମଲା କୁଚ ମଣ୍ଡଲ (ମଙ୍ଗଲ ଗୀତମ୍) ଶ୍ରୀ ଜୟଦେବ କୃତ ଗୀତ ଗୋବିନ୍ଦ - Shrita Kamla Kucha Mandala (Mangala Geetam) Shri Jayadev Krita Gita Govinda Lyrics

ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି - Utha Kankala, Chhidu Shrunkhala, Jaga Durbala Aaji Lyrics

ତୋ ଆଗରେ କିଛି ଧୂପ ମୋ ଆଗରେ କିଛି ଧୂପ - To Aagare Kichhi Dhupa Mo Aagare Kichhi Dhupa Lyrics

ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି - Sathie Pauti Bhogaru Tumara Kadhita Neini Hari Lyrics

ନୀଳାଚଳ ଧାମ ଯାଇ ମୁଁ ପାରୁନି - Nilachala Dhama Jai Mun Paruni Lyrics

ନିକଟରେ ମିଳିଥିବା ମନ୍ତବ୍ୟ ସବୁ

Anonymous commented on kala manikare dhire ghena lyrics odia: “Dankuni”

The Smaranika commented on e jibana jaubana sabu para lyrics odia: “ଅଶେଷ ଧନ୍ୟବାଦ । ଆଉ କେଉଁ ଗୀତ ଆପଣଙ୍କ ପସନ୍ଦ କମେଣ୍ଟ କରି ଜଣାଇବେ ।- "ଦି ସ୍ମରଣିକା" ଟିମ୍”

Anonymous commented on e jibana jaubana sabu para lyrics odia: “Jay Jagannath ”

Anonymous commented on kala manikare dhire ghena lyrics odia: “Dhire ghena kanana re krushna bilambita ra meaning in idia”

The Smaranika commented on olata brukhe kheluchhi lyrics odia: “ଆପଣଙ୍କ ମନ୍ତବ୍ୟ ପଢ଼ି ଖୁସି ହେଲୁ । ଅଶେଷ ଧନ୍ୟବାଦ ।- ଦି ସ୍ମରଣିକା ଟିମ୍”

indiramishra commented on olata brukhe kheluchhi lyrics odia: “Beautiful song, ହୃଦୟସ୍ପର୍ଶୀ ଖୁବ ମର୍ମ ସ୍ପର୍ଶୀ ”

Anonymous commented on mangale ailaa usha lyrics odia: “Mata Sita nka darshana pain kie apekhya karichhi?”

Anonymous commented on kala manikare dhire ghena lyrics odia: “ପଶିବଇଁ ଶବ୍ଦର ଅର୍ଥ କ'ଣ?”

"ଦି ସ୍ମରଣିକା" ପାଠକଙ୍କ ସର୍ବାଧିକ ଆଦୃତ ଲେଖା ସମୂହ

କାଳିଜାଈରେ ସନ୍ଧ୍ୟା - Kalijaire Sandhya Kabita Lyrics

ଶ୍ରିତ କମଲା କୁଚ ମଣ୍ଡଲ (ମଙ୍ଗଲ ଗୀତମ୍) ଶ୍ରୀ ଜୟଦେବ କୃତ ଗୀତ ଗୋବିନ୍ଦ - Shrita Kamla Kucha Mandala (Mangala Geetam) Shri Jayadev Krita Gita Govinda Lyrics

ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି - Utha Kankala, Chhidu Shrunkhala, Jaga Durbala Aaji Lyrics

ଏଇଠି Click କରି ଦେଖନ୍ତୁ ଲେଖା ସମୂହର ତାଲିକା

Show more

ଦି ସ୍ମରଣିକା କ୍ଵିକ୍ ଲିଙ୍କ ସମୂହ