Important Notice!
Struggling to find your favourite song? Find it easily within “The Smaranika”. Click on search icon (🔍) on top right, to search. Remember, how you search within "The Smaranika" is different from how you search on Google! Know the difference on FAQ page

ହେ ଆନନ୍ଦମୟ କୋଟି ଭୁବନ ପାଳକ - He Aanandamaya Koti Bhubana Palaka Lyrics

== ଓଡ଼ିଆ ==

ଗୀତ : ହେ ଆନନ୍ଦମୟ କୋଟି ଭୁବନ
ଭାଷା : ଓଡ଼ିଆ
କଣ୍ଠ : ମାନସୀ ପାତ୍ର
ଗୀତିକାର : ଭକ୍ତକବି ମଧୁସୂଦନ ରାଓ
ସଂଗୀତ ନିର୍ଦ୍ଦେଶନା : ପାରମ୍ପରିକ



ହେ ଆନନ୍ଦମୟ କୋଟି ଭୂବନ ପାଳକ
ଅଧମ ଅକ୍ଷମ ମୁହିଁ ଅବୋଧ ବାଳକ
ଜ୍ଞାନ ଦାତା ଭଗବାନ
ଦିଅ ମୋତେ ଶୁଭ ବୁଦ୍ଧି ଦିଅ ଦିବ୍ୟଜ୍ଞାନ ॥୧॥

ବ୍ରହ୍ମାଣ୍ଡର ଆଦିମୂଳ ନିଖିଳ ବିଧାତା
ସକଳ କଳୁଷ ହାରି ହେ ମଙ୍ଗଳଦାତା
ତୋର ମଙ୍ଗଳ ସଙ୍ଗୀତ
ନିଖିଳ ଭୂବନ ଗାଏ ହୋଇ ବିମୋହିତ ॥୨॥

ତ୍ରିଲୋକ ଭାସ୍କର ଚନ୍ଦ୍ର ନକ୍ଷତ୍ର ନିକର
ଅନ୍ତରୀକ୍ଷେ ସମୀରଣ ସଙ୍ଗେ ଜଳଧର
ପ୍ରଭୁ ଭୂଲୋକ ସାଗର
ଅତଳ ଗହନ ନଦୀ ପଶୁପକ୍ଷୀ ନର ॥୩॥ 

ବିରାଜିତ ତୁହି ନାଥ ସକଳ ଜୀବନେ
ସମ୍ପଦେ ବିପଦେ ସଦା ଜୀବନେ ମରଣେ
ପୂର୍ଣ୍ଣ ମଙ୍ଗଳ ଆଳୟ
ଦେଉଅଛୁ ସର୍ବଜନେ ଅଭୟ ଆଶ୍ରୟ ॥୪॥

ସତ୍ୟପଥେ ଧର୍ମପଥେ ଘେନି ଯାଅ ମୋତେ
ଭାସାଅ ପରାଣ ମୋର ତବ ପ୍ରେମ ସ୍ରୋତେ
ପ୍ରଭୁ ପରମ ଶରଣ
ଏ ଜୀବନ ଶ୍ରୀଚରଣେ କଲି ସମପର୍ଣ୍ଣ ॥୫॥


YouTube ରେ ହେ ଆନନ୍ଦମୟ କୋଟି ଭୂବନ ପାଳକ



== English ==

Song : He Aanandamaya Koti Bhubana
Language : Odia
Singer : Manasi Patra
Lyricist : Bhaktakabi Madhusudana Rao
Music Director : Traditional



He anandamaya koti bhubana palaka
Adhamaya akhyama muhin abodha balaka
Gyana data bhagabana
Dia mote shubha budhi dia dibyagyana ॥1॥

Brahmandara adimula nikhala bidhata
Sakala kalusa hari he mangaladata
Tora mangala sangita
Nikhala bhubana gae hoi bimohita ॥2॥

Triloka bhaskara chandra nakhyatra nikara
Antarikhe samirana sange jaladhara
Prabhu bhuloka sagara
Atala gahana nadi pashupakhi nara ॥3॥

Birajita tuhi natha sakala jibane
Sampade bipade sada jibane marane
Purnna mangala alaya
Deuachhu sarbajane abhaya ashraya ॥4॥ 

Satyapathe dharmapathe gheni jaa mote
Bhasaa parana mora taba prema srote
Prabhu parama sharana
E jibana shricharane kali samaparnna ॥5॥ 


ଆପଣଙ୍କ ମତାମତ ବା ପ୍ରଶ୍ନ ତଳେ comment କରି ଜଣାନ୍ତୁ...

Comments

ଗତ ସପ୍ତାହର "ଦି ସ୍ମରଣିକା" ପାଠକଙ୍କ ଆଦୃତ ଲେଖା ସମୂହ

ଶ୍ରିତ କମଲା କୁଚ ମଣ୍ଡଲ (ମଙ୍ଗଲ ଗୀତମ୍) ଶ୍ରୀ ଜୟଦେବ କୃତ ଗୀତ ଗୋବିନ୍ଦ - Shrita Kamla Kucha Mandala (Mangala Geetam) Shri Jayadev Krita Gita Govinda Lyrics

ତୋ ଆଗରେ କିଛି ଧୂପ ମୋ ଆଗରେ କିଛି ଧୂପ - To Aagare Kichhi Dhupa Mo Aagare Kichhi Dhupa Lyrics

ଷାଠିଏ ପଉଟି ଭୋଗରୁ ତୁମର କାଢ଼ିତ ନେଇନି ହରି - Sathie Pauti Bhogaru Tumara Kadhita Neini Hari Lyrics

କାଳିଜାଈରେ ସନ୍ଧ୍ୟା - Kalijaire Sandhya Kabita Lyrics

ଜଗନ୍ନାଥାଷ୍ଟକଂ (ଜଗନ୍ନାଥ ଅଷ୍ଟକଂ) - Jagannath Ashtakam Lyrics

ନିକଟରେ ମିଳିଥିବା ମନ୍ତବ୍ୟ ସବୁ

The Smaranika commented on jagannathastakam: “ଆଗ୍ରହ ପାଇଁ ଅଶେଷ ଧନ୍ୟବାଦ । ଆମେ ଦେବା ପାଇଁ ଚେଷ୍ଟା କରିବୁ ।- ଦି ସ୍ମରଣିକା ଟିମ୍”

The Smaranika commented on madhaba he madhaba lyrics: “ଅପଣଙ୍କ ବହୁମୂଲ୍ୟ ମତାମତ ପାଇଁ ଆନ୍ତରିକ ଧନ୍ୟବାଦ ଜଣାଉଛୁ ।- "ଦି ସ୍ମରଣିକା" ଟିମ୍”

The Smaranika commented on madhaba he madhaba lyrics: “ସୁନ୍ଦର ମତାମତ ପାଇଁ ଅଶେଷ ଧନ୍ୟବାଦ ।- "ଦି ସ୍ମରଣିକା" ଟିମ୍”

Anonymous commented on madhaba he madhaba lyrics: “Jay Jagannatha 🙏”

Anonymous commented on jagannathastakam: “Excellent. However it would be better if the meanings of the words would have given. ”

Anonymous commented on jagannathastakam: “Excellent. Lyrics in Odia, Sanskrit and English are praiseworthy; but it would be better if the words would have explained…”

Anonymous commented on abadha muthie mote lyrics odia: “ବହୁତ ସୁନ୍ଦର। ହୃଦୟରୁ ଧନ୍ୟବାଦ ଜଣାଉଛି । 🙏🙏🙏🙏”

The Smaranika commented on aama ghara ei gharatire lyrics odia: “ଆପଣଙ୍କ ମନ୍ତବ୍ୟ ପଢ଼ି ଖୁସି ହେଲୁ । ଅଶେଷ ଧନ୍ୟବାଦ ।- ଦି ସ୍ମରଣିକା ଟିମ୍”

"ଦି ସ୍ମରଣିକା" ପାଠକଙ୍କ ସର୍ବାଧିକ ଆଦୃତ ଲେଖା ସମୂହ

ଶ୍ରିତ କମଲା କୁଚ ମଣ୍ଡଲ (ମଙ୍ଗଲ ଗୀତମ୍) ଶ୍ରୀ ଜୟଦେବ କୃତ ଗୀତ ଗୋବିନ୍ଦ - Shrita Kamla Kucha Mandala (Mangala Geetam) Shri Jayadev Krita Gita Govinda Lyrics

କାଳିଜାଈରେ ସନ୍ଧ୍ୟା - Kalijaire Sandhya Kabita Lyrics

ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି - Utha Kankala, Chhidu Shrunkhala, Jaga Durbala Aaji Lyrics

ଏଇଠି Click କରି ଦେଖନ୍ତୁ ଲେଖା ସମୂହର ତାଲିକା

Show more

ଦି ସ୍ମରଣିକା କ୍ଵିକ୍ ଲିଙ୍କ ସମୂହ