Important Notice!
Struggling to find your favourite song? Find it easily within “The Smaranika”. Click on search icon (🔍) on top right, to search. Remember, how you search within "The Smaranika" is different from how you search on Google! Know the difference on FAQ page

ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି - Utha Kankala, Chhidu Shrunkhala, Jaga Durbala Aaji Lyrics



== ଓଡ଼ିଆ ==

ଗୀତ : ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି
ଭାଷା : ଓଡ଼ିଆ
କଣ୍ଠ : ଲକ୍ଷ୍ମୀକାନ୍ତ ପାଲିତ
ଗୀତିକାର : ଗୋଦାବରୀଶ ମହାପାତ୍ର
ସଂଗୀତ ନିର୍ଦ୍ଦେଶକ : ଲକ୍ଷ୍ମୀକାନ୍ତ ପାଲିତ



ଦୁର୍ଗମ ଗିରି ଦୁର୍ଗ ପ୍ରାଚୀର ଜୀର୍ଣ୍ଣ ଦୁଆରେ ବସି,
ଡାକେ ତାନ୍ତ୍ରିକ ମନ୍ତ୍ର ସାଧନେ ଜାଗ୍ରତ ପୁରବାସୀ !
ପୃଥ୍ଵୀ ବିଦାରି ବାରବାଟୀ ମଡ଼ା ଉଠ ଉଠ ଚଞ୍ଚଳ,
ଖୋରଧାର ଶତ ସରଦାର ଶିର କର ଉନ୍ନତତର !
ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି,
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ॥୧॥

ମେଘାସନ ତଳ ମନ୍ଦ୍ର-ନିନାଦ ବାଜେ ଫୁଲଝର ବୁକେ,
ରାଇବଣିଆର ରଣ ସଙ୍ଗୀତ ଗଞ୍ଜାମ ପଥେ ଡାକେ ।
ସିଂଭୂମ କହେ ମରଣ ଦୁଆରେ ବିଶାଖାପାଟଣା ଚାହିଁ,
ସନ୍ତାନ ମୁଖେ, ଶମଶାନ ବୁକେ ପ୍ରାଣ ସଙ୍କେତ ନାହିଁ ।
ଉଠ ଦୁର୍ବଳ, ଜାଗ କଙ୍କାଳ, ଛିଡ଼ୁ ଶୃଙ୍ଖଳ ଆଜି,
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ॥୨॥

ଚିର ବନ୍ଦିତା ବନ୍ଦିନୀ ମାଆ ବନ୍ଧନ ଫେଇବାରେ,
ସମ୍ବଲପୁର ସମ୍ବଳ ବୀର ଦମ୍ଭ କି ନାହିଁ ଧରେ ?
ଗଙ୍ଗା ଧୋଇଲା ଚିକୁର ଯାହାର, କୃଷ୍ଣା ଚରଣ ତଳ,
ଶମଶାନ ଆଜି ମଡ଼ାଦେଶ ଆଜି, ଏହି ସେ ଉତ୍କଳ ।
ଜାଗ ଦୁର୍ବଳ, ଛିଡ଼ୁ ଶୃଙ୍ଖଳ, ଉଠ କଙ୍କାଳ ଆଜି,
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ॥୩॥

ନିଜାମ ଭୁବନେ କଳବର୍ଗର ଅର୍ଗଳ ଏଡ଼ି ଦିନେ,
ଗଜପତି ବୀର ‘ବେରାର’ ଭେଦିଲା ଜୟ ଗୌରବ ଗାନେ ।
ଦୁର୍ବାର ଗଡ଼, ‘ଦେବର କୋଣ୍ଡା’ କହେ ଆଜି ସେହି କଥା,
ବାରବାଟୀ ବୀର ଦେଇଥିଲା ତାର ରଣେ ଉନ୍ନତ ମଥା ।
ଛିଡ଼ୁ ଶୃଙ୍ଖଳ, ଜାଗ କଙ୍କାଳ, ଉଠ ଦୁର୍ବାର ଆଜି,
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ॥୪॥

ଖଣ୍ଡାକୁଶଳ ଖଣ୍ଡାୟତର ଦୁର୍ବାର କରବାଳେ,
ଅଜେୟ ବଙ୍ଗ-ବାହିନୀ ଶୋଇଲେ ‘ଶତଗଡ଼’ ପ୍ରାନ୍ତରେ ।
ଗଉଡ଼ ଭୁବନ ହେଲା ପଦାନତ ମଗଧ ପାଇଲା ଲୀନ,
ପ୍ରତାପୀ ପୁଷ୍ପମିତ୍ର ହଟିଲା ଦେଇ ଉତ୍କଳେ ରଣ ।
ଜାଗ କଙ୍କାଳ, ଜାଗ କଙ୍କାଳ, ଜାଗ କଙ୍କାଳ ଆଜି,
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ॥୫॥

କଥା କହ କଥା କହ କଙ୍କାଳ! ସେ କେତେ ଯୁଗର କଥା,
ହିମାଚଳ ତଳେ ଟେକିଥିଲା ଯେବେ ଏ ଜାତିର ବୀର ମଥା ।
ବିଜୟୀ ‘ବିଜୟ ନଗର’ ମାଗିଲା ଶରଶ ଚରଣ ତଳେ,
‘ବାହାମନୀ’ ପତି ଯବନ, ଶମନ କାତରେ ଲୁଚିଲା ଘରେ ।
ଉଠ କଙ୍କାଳ, ଉଠ ଦୁର୍ବଳ, ଛିଡ଼ୁ ଶୃଙ୍ଖଳ ଆଜି,
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ॥୬॥

ହାଡ଼ ପାଶୁ ଆଜି ଭାଷା ବହି ଆସୁ, ଫୁଟୁ ମଡ଼ା ମୁଖେ ହସ,
ଭଗ୍ନ ଏ ଗଡ଼ ମନ୍ଦିରେ ଶୁଭୁ ଦୁନ୍ଦୁଭି ଅହର୍ନିଶ ।
ଶମଶାନ ଧୂଳି ଅଞ୍ଜଳି ଭରି ନିଅ ପୁରବାସୀ ଜନ,
ଲକ୍ଷ ଜୀବନ ସାକ୍ଷ୍ୟ ଦେବ ସେ ଗୌରବେ ମହୀୟାନ ।
ଉଠ କଙ୍କାଳ, ଭେଦି ମହାକାଳ, ଜାଗ ଦୁର୍ବଳ ଆଜି,
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ॥୭॥

ବେଳନାହିଁ, ବେଳ ନାହିଁ, କଙ୍କାଳ ! ଟେକ ଚଞ୍ଚଳ ମଥା,
ବିଦାରି ଉପଳ ନିର୍ମଳ ତବ ପିଞ୍ଜରୁ ଉଠୁ ବ୍ୟଥା ।
ବାଜିଉଠୁ ବାରେ ମରଣ-ବିଜୟୀ ବଂଶୀ ସେ ବୁକୁତଳେ,
ଧୂର୍ଜଟି ଜଟାଜୁଟ କମ୍ପାଇ ଯୌବନ କୁତୂହଳେ ।
ଉଠ କଙ୍କାଳ, ଉଠ ଦୁର୍ବଳ, ଜାଗ କଙ୍କାଳ ଆଜି,
ଉଠୁ ଗତ ଗୌରବ, ହୃତ ଗୌରବ, ମୃତ ଗୌରବ ରାଜି ॥୮॥


YouTube ରେ ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ ଆଜି



ଆପଣଙ୍କ ମତାମତ ବା ପ୍ରଶ୍ନ ତଳେ comment କରି ଜଣାନ୍ତୁ...

Comments

  1. Bahut sundar padya dhanya godabarish

    ReplyDelete
  2. ବହୁତ ସୁନ୍ଦର
    ଧନ୍ୟବାଦ।

    ReplyDelete
  3. Very good I am playing it in morning .

    ReplyDelete
  4. This is which type of song??
    patriotic or devotional or anything else??

    ReplyDelete
    Replies
    1. Song category is mentioned towards the end of the post.

      This song is dedicated to mother Odisha and Odia language. Most appropriate category can be: Odia Textbook Song, Patriotic Song

      - The Smaranika Team

      Delete
  5. Bande utkal janani

    ReplyDelete
    Replies
    1. Here it is:
      https://thesmaranika.blogspot.com/2019/11/vande-utkala-janani-v2-lyrics-odia.html

      Delete

Post a Comment

ଆପଣଙ୍କ ବହୁମୂଲ୍ୟ ମତାମତ ଅପେକ୍ଷାରେ...

ଗତ ସପ୍ତାହର "ଦି ସ୍ମରଣିକା" ପାଠକଙ୍କ ଆଦୃତ ଲେଖା ସମୂହ

ଶ୍ରିତ କମଲା କୁଚ ମଣ୍ଡଲ (ମଙ୍ଗଲ ଗୀତମ୍) ଶ୍ରୀ ଜୟଦେବ କୃତ ଗୀତ ଗୋବିନ୍ଦ - Shrita Kamla Kucha Mandala (Mangala Geetam) Shri Jayadev Krita Gita Govinda Lyrics

ତୋ ଆଗରେ କିଛି ଧୂପ ମୋ ଆଗରେ କିଛି ଧୂପ - To Aagare Kichhi Dhupa Mo Aagare Kichhi Dhupa Lyrics

ନୀଳାଚଳ ଧାମ ଯାଇ ମୁଁ ପାରୁନି - Nilachala Dhama Jai Mun Paruni Lyrics

ଜଗନ୍ନାଥାଷ୍ଟକଂ (ଜଗନ୍ନାଥ ଅଷ୍ଟକଂ) - Jagannath Ashtakam Lyrics

ନନ୍ଦିଘୋଷ ତୋର ଅଟକି ଗଲା ବଡ଼ଶଙ୍ଖ ଠାରେ - Nandighosa Tora Ataki Gala Badashankha Thare lyrics

ନିକଟରେ ମିଳିଥିବା ମନ୍ତବ୍ୟ ସବୁ

The Smaranika commented on nari tuhi debi puni mamata lyrics odia: “ସୁନ୍ଦର ମତାମତ ପାଇଁ ଅଶେଷ ଧନ୍ୟବାଦ ।- "ଦି ସ୍ମରଣିକା" ଟିମ୍”

Anonymous commented on nari tuhi debi puni mamata lyrics odia: “Bahut sundar ”

Anonymous commented on dinabandhu ehi ali chhamu lyrics odia: “Please provide with meaning of this wonderful bhajan”

Anonymous commented on galani ta gala katha re lyrics odia: “ଥ ଚମ୍ପୁ :- ଥାପି ରେ କହ ”

The Smaranika commented on jagannathastakam: “ଆଗ୍ରହ ପାଇଁ ଅଶେଷ ଧନ୍ୟବାଦ । ଆମେ ଦେବା ପାଇଁ ଚେଷ୍ଟା କରିବୁ ।- ଦି ସ୍ମରଣିକା ଟିମ୍”

The Smaranika commented on madhaba he madhaba lyrics: “ଅପଣଙ୍କ ବହୁମୂଲ୍ୟ ମତାମତ ପାଇଁ ଆନ୍ତରିକ ଧନ୍ୟବାଦ ଜଣାଉଛୁ ।- "ଦି ସ୍ମରଣିକା" ଟିମ୍”

The Smaranika commented on madhaba he madhaba lyrics: “ସୁନ୍ଦର ମତାମତ ପାଇଁ ଅଶେଷ ଧନ୍ୟବାଦ ।- "ଦି ସ୍ମରଣିକା" ଟିମ୍”

Anonymous commented on madhaba he madhaba lyrics: “Jay Jagannatha 🙏”

"ଦି ସ୍ମରଣିକା" ପାଠକଙ୍କ ସର୍ବାଧିକ ଆଦୃତ ଲେଖା ସମୂହ

ଶ୍ରିତ କମଲା କୁଚ ମଣ୍ଡଲ (ମଙ୍ଗଲ ଗୀତମ୍) ଶ୍ରୀ ଜୟଦେବ କୃତ ଗୀତ ଗୋବିନ୍ଦ - Shrita Kamla Kucha Mandala (Mangala Geetam) Shri Jayadev Krita Gita Govinda Lyrics

କାଳିଜାଈରେ ସନ୍ଧ୍ୟା - Kalijaire Sandhya Kabita Lyrics

ଏଇଠି Click କରି ଦେଖନ୍ତୁ ଲେଖା ସମୂହର ତାଲିକା

Show more

ଦି ସ୍ମରଣିକା କ୍ଵିକ୍ ଲିଙ୍କ ସମୂହ